ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଝିପିଝିପି ବର୍ଷା ଲାଗି ରହିଛି । ଏଥିପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ଯାଜପୁର, କୋରାପୁଟ, କଟକ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ ଓ ସୁନ୍ଦରଗଡ । ଏହି ସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୫ ତାରିଖ ସକାଳ ପର୍ଯ୍ୟନ୍ତ ବି ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୭ ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପଡ଼ିବ। କାଲିଠାରୁ ଉତ୍ତରା ପବନ ରାଜ୍ୟକୁ ସିଧା ବହିବାକୁ ଥିବାରୁ ରାଜ୍ୟରେ ରାତିର ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ। ସୁନ୍ଦରଗଡରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟସ ରହିଛି । ସେହିପରି ଫୁଲବାଣୀରେ ୧୨, ଅନୁଗୋଳରେ ୧୨, ତାଳଚେର ୧୨.୩, ଟିଟିଲାଗଡରେ ୧୩.୧, ଦାରିଙ୍ଗିବାଡିରେ ୧୩.୫, ସୋନପୁରରେ ତାପମାତ୍ରା ୧୩.୬ ଡିଗ୍ରୀ ରେକର୍ଡ କରାଯାଇଛି ।
Comments are closed.