Odisha Link
Bridging the Missing Links in Odisha

ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର : ଭାରତ ବନ୍ଦ ଡାକରା ଯୋଗୁଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ଟ୍ରେଡ୍ ୟୁନିଅନ ପକ୍ଷରୁ ଆସନ୍ତାକାଲି ଭାରତବନ୍ଦ ଡାକରା ଦିଆଯାଇଛି ।

୧୨ ଦଫା ଦାବି ନେଇ ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଓ ସ୍ବାଧୀନ ଫେଡରେସନ ମିଳିତ ମଞ୍ଚ । ସରକାରଙ୍କ ‘ଦମନକାରୀ ନୀତି’ ଦେଶର ଆର୍ଥିକ ସଙ୍କଟ, ଦରଦାମ ବୃଦ୍ଧି ଏବଂ ବେକାରୀ ସମସ୍ୟାକୁ ନେଇ ବନ୍ଦ ପାଳନ କରାଯିବ। ଶାନ୍ତିପୂର୍ଣ୍ଣ ବନ୍ଦ ପାଳନରେ ରାଜ୍ୟ ସରକାରଙ୍କ ସହଯୋଗ ଲୋଡିଛି ମଞ୍ଚ ।
ଓଡିଶା ଶାଖାର ଏକ ପ୍ରତିନିଧି ଦଳ ୩ଜଣିଆ ମନ୍ତ୍ରୀସ୍ତରୀୟ କମିଟିକୁ ଦାବି ପତ୍ର ମଧ୍ୟ ଦେଇଛନ୍ତି । ଏହାସହ କଂଗ୍ରେସ ଭବନରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବାମପନ୍ଥୀ ନେତା । ବନ୍ଦକୁ କଂଗ୍ରେସ ପୂର୍ଣ୍ଣ ସମର୍ଥନ ଦେବ ବୋଲି ପିସିସି ସଭାପତି କହିଥିବା (ଏଆଇଟିୟୁ)ର ଜାତୀୟ ସମ୍ପାଦକ ରାମକୃଷ୍ଣ ପଣ୍ଡା କହିଛନ୍ତି ।

Comments are closed.