ରାଜ୍ୟର ୧୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆଜି ରାଜ୍ୟର ୧୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। କାଁ ଭାଁ ସ୍ଥାନରେ ବର୍ଷାର ପରିମାଣ ସାମାନ୍ୟ ଅଧିକ ରହିବ। ତେବେ ୯ଟି ଜିଲ୍ଲାରେ ଘନ କୁହୁଡ଼ି ଯୋଗୁଁ ଜନଜୀବନ ପ୍ରଭାବିତ ହେବ। ଏହା ୧୨ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଲାଗିରହିବ। ଏହାପରେ ପାଗ ବଦଳିବା ସହ ଥଣ୍ଡା ସାମାନ୍ୟ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସୂଚନାଯୋଗ୍ୟ ଆଜି ମଧ୍ୟାହ୍ନ ସୁଦ୍ଧା ୧୬ଟି ଜିଲ୍ଲା ଯଥା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବୌଦ୍ଧ, ସୋନପୁର, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି, ନୟାଗଡ଼ ଓ ଖୋର୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହେବ। ତେବେ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରେ ଘନ କୁହୁଡ଼ି ଲାଗି ରହିବ। ୧୧ ତାରିଖ ଦିନ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ଏବଂ ସ୍ଥାନେ ସ୍ଥାନେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୧୧ ଓ ୧୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଲାଗିରହିବାକୁ ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Comments are closed.