ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ “ଗଗନଯାନ”

ନୂଆଦିଲ୍ଲୀ : “ଗଗନଯାନ”ର ମହାକାଶଚାରୀମାନେ ଚଳିତ ମାସ ଠାରୁ ସେମାନଙ୍କ ପ୍ରଶିକ୍ଷଣ ଆରମ୍ଭ କରିବେ। ଏହି ପ୍ରଶିକ୍ଷଣ ଜାନୁଆରୀ ତୃତୀୟ ସପ୍ତାହ ଠାରୁ ଆରମ୍ଭ ହୋଇପାରେ। ଏନେଇ ସୂଚନା ଦେଇଛନ୍ତି, ଆଣବିକ ଶକ୍ତି ଓ ମହାକାଶ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭାରତର ପ୍ରଥମ ମହାକାଶ ଅଭିଯାନରେ ସାମିଲ ହେବାକୁ ଥିବା ମହାକାଶଚାରୀଙ୍କ ପ୍ରଶିକ୍ଷଣ ରୁଷରେ ହେବ।
ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ “ଗଗନଯାନ”ର ମହାକାଶଚାରୀମାନେ ଚଳିତ ମାସ ଠାରୁ ସେମାନଙ୍କ ପ୍ରଶିକ୍ଷଣ ଆରମ୍ଭ କରିବେ। ଏହି ପ୍ରଶିକ୍ଷଣ ଜାନୁଆରୀ ତୃତୀୟ ସପ୍ତାହ ଠାରୁ ଆରମ୍ଭ ହୋଇପାରେ। ଏନେଇ ସୂଚନା ଦେଇଛନ୍ତି, ଆଣବିକ ଶକ୍ତି ଓ ମହାକାଶ ମନ୍ତ୍ରଣାଳୟ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭାରତର ପ୍ରଥମ ମହାକାଶ ଅଭିଯାନରେ ସାମିଲ ହେବାକୁ ଥିବା ମହାକାଶଚାରୀଙ୍କ ପ୍ରଶିକ୍ଷଣ ରୁଷରେ ହେବ।
ସେପଟେ ଏହି ଅଭିଯାନ ପାଇଁ ୪ ଜଣ ମହାକାଶଚାରୀଙ୍କୁ ଚୟନ କରାଯାଇଛି। ୧୧ ମାସ ଧରି ଏହି ୪ ଜଣ ମହାକାଶଚାରୀ ପ୍ରଶିକ୍ଷଣ ନେବେ। ମହାକାଶ ଅଭିଯାନରେ ସାମିଲ ହେବାକୁ ଥିବା ୪ଜଣ ମହାକାଶଚାରୀ ପୁରୁଷ, ତେବେ ସେମାନଙ୍କ ପରିଚୟ ସର୍ବସାଧାରଣରେ ପ୍ରକାଶ କରାଯାଇପାରିବ ନାହିଁ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ। ରୁଷରେ ୧୧ ମାସ ଧରି ତାଲିମ ନେବା ପରେ ଏହି ମହାକାଶଚାରୀମାନେ ଭାରତରେ ସ୍ୱତନ୍ତ୍ର ମଡ୍ୟୁଲ ତାଲିମ ନେବେ। ଏଥିରେ ସେମାନେ ଇସ୍ରୋ ଦ୍ୱାରା ଡିଜାଇନ ହୋଇଥିବା କ୍ରିଉ ଓ ସର୍ଭିସ ମଡ୍ୟୁଲ ସମ୍ପର୍କରେ ପ୍ରଶିକ୍ଷଣ ନେବେ।
ସେପଟେ ଇସ୍ରୋ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଭାରତର ସବୁଠୁ ଭାରୀ ମହାକାଶ ଉତକ୍ଷେପଣ ଯାନ “ବାହୁବଳୀ” ଜିଏସଏଲଭି ମାର୍କ-ଥ୍ରୀ ଜରିଆରେ ମହାକାଶଚାରୀମାନେ ମହାକାଶକୁ ଯିବେ। ଗଗନଯାନ ପ୍ରକଳ୍ପ ଲାଗି କେନ୍ଦ୍ର କ୍ୟାବିନେଟ ପୂର୍ବରୁ ୧୦ ହଜାର କୋଟି ଟଙ୍କା ମଞ୍ଜୁର କରିସାରିଛନ୍ତି। ଗତବର୍ଷ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏ ସମ୍ପର୍କରେ ଘୋଷଣା କରିଥିଲେ। ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତି ଉପଲକ୍ଷେ ଏହି ଗଗନଯାନ ଅଭିଯାନ ଆରମ୍ଭ କରାଯିବ।
୧୯୮୪ରେ ପ୍ରଥମ ଭାରତୀୟ ଭାବେ ରାକେଶ ଶର୍ମା ମହାକାଶ ଯାତ୍ରା କରିଥିଲେ। ତେବେ ଯେଉଁ ମହାକାଶଯାନରେ ସେ ମହାକାଶକୁ ଯାଇଥିଲେ ତାହା ଭାରତୀୟ ନଥିଲା। ତେଣୁ ପ୍ରଧାନମନ୍ତ୍ରୀଙ୍କ “ମେକ ଇନ ଇଣ୍ଡିଆ” ସ୍ୱପ୍ନକୁ ବାସ୍ତବରେ ପ୍ରତିଫଳିତ କରୁଥିବା “ଗଗନଯାନ” ହେବ ଭାରତ ଦ୍ୱାରା କଳ୍ପିତ ଏବଂ ବିକଶିତ ପ୍ରଥମ ମାନବ ମହାକାଶ ଅଭିଯାନ।
Comments are closed.