Odisha Link
Bridging the Missing Links in Odisha

ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ୱାମୀ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ସଦର ଥାନା ଅନ୍ତର୍ଗନ୍ତ କଣ୍ଟିଗୁଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ଜଣେ ବ୍ୟକ୍ତି ନିଜ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ବେକ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ରାୟଗଡ଼ା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଅଭିଯୁକ୍ତ ସ୍ୱାମୀଙ୍କୁ ଥାନାରେ ଅଟକ ରଖାଯାଇଥିବା ନେଇ ସୂଚନା ମିଳିଛି।

Comments are closed.