ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ
![](https://www.odishalink.com/wp-content/uploads/2020/04/Corona-Update.png)
ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ରାଜ୍ୟରେ ଆଉ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୨ ସୁସ୍ଥ ହେଉଛନ୍ତି ଭୁବନେଶ୍ବରର। ବର୍ତ୍ତମାନ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
Happy to share that two #COVID19 patients of Bhubaneswar have recovered and tested negative for COVID-19.
The recovered cases now stand at 37. #OdishaFightsCorona
— H & FW Dept Odisha (@HFWOdisha) April 27, 2020
ବର୍ତ୍ତମାନ ରାଜ୍ୟରେ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୭ଜଣ ସୁସ୍ଥ ହେବା ସହ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ରାଜ୍ୟରେ ୭୦ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
Comments are closed.