Odisha Link
Bridging the Missing Links in Odisha

କରୋନା: ସୁସ୍ଥ ହେଲେ ଆଉ ୫୦ ଆକ୍ରାନ୍ତ, ମୋଟ ୩୯୩

ଭୁବନେଶ୍ବର: ରାଜ୍ୟ ପାଇଁ ପୁଣି ଆଜି ଖୁସି ଖବର। ଆଜି ଆଉ ୫୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୯୩ରେ ପହଁଞ୍ଛିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୨୨ , ବାଲେଶ୍ବରରୁ ୧୫, ଭଦ୍ରକରୁ ୫ ସୁସ୍ଥ ହୋଇଥିବା ବେଳେ ଯାଜପୁର ଓ ବୌଦ୍ଧରୁ ୩ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଓ ରାଉରକେଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ବର୍ତ୍ତମାନ ୩୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୭ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ୭୦୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.