କରୋନାରେ ଆଉ ଜଣଙ୍କର ମୃତ୍ୟୁ, ମୋଟ ୧୮
ଭୁବନେଶ୍ବର: ରାଜ୍ୟରେ ଆଜି ୧୭୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଆଉ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।
ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗଞ୍ଜାମର ଜଣେ ୬୮ ବର୍ଷିୟ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣକ କରୋନା ଭାଇରସରେ ପୀଡ଼ିତ ହେବା ସହିତ ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡ଼ିତ ଥିଲେ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି।
ରାଜ୍ୟରେ ବର୍ତ୍ତମାନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮ରେ ପହଁଞ୍ଚିଛି। ଅପରପକ୍ଷେ ୭ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଥିବା ସୂଚନା ରହିିଛି।
Comments are closed.