୨୪ ଜିଲ୍ଲାରୁ ୪୫୬ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ମହାମାରୀ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ରାଜ୍ୟରେ କାୟା ବିସ୍ତାର କରିଛି। ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ୪୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ ୯୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୩୦୯ ଜଣ କ୍ବାରାଣ୍ଟିନ୍ ସେଣ୍ଟରରୁ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୪୭ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ରମାଗତ ଭାବେ ରାଜ୍ୟରେ ସ୍ଥାନୀୟ ବାସିନ୍ଦା କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ଯାହା ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।
ଆଜି ଗଞ୍ଜାମରୁ ସର୍ବାଧିକ ୧୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୩ ଜଣ ଚିହ୍ନଟ ହୋଇଛନ୍ତି।
ଆଜି ଗଞ୍ଜାମରୁ ସର୍ବାଧିକ ୧୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୧, ବାଲେଶ୍ବରରୁ ୧୪, ଭଦ୍ରକରୁ ୧୨, ବଲାଙ୍ଗୀରରୁ ୬, କଟକରୁ ୧୩, ଢେଙ୍କାନାଳରୁ ୧, ଗଜପତିରୁ ୧, ଜଗତସିଂହପୁରରୁ ୨୩, ଯାଜପୁରରୁ ୫୭, କଳାହାଣ୍ଡିରୁ ୧, କନ୍ଧମାଳରୁ ୩, କେନ୍ଦ୍ରପଡ଼ାରୁ ୫. କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨୧, କୋରାପୁଟରୁ ୧୦, ମୟୂରଭଞ୍ଜରରୁ ୮, ନବରଙ୍ଗପୁରରୁ ୨୪, ନୟାଗଡ଼ରୁ ୪, ପୁରୀରୁ ୩, ରାୟଗଡ଼ାରୁ ୧୩, ସମ୍ବଲପୁରରୁ ୧୫ ଓ ସୁନ୍ଦରଗଡ଼ରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାିଛି।
Comments are closed.