କରୋନା: ରାଜ୍ୟରେ ୧୧ ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସ୍ଥିତି। ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୧ ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଭଦ୍ରକ, ରାୟଗଡା, ପୁରୀ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Comments are closed.