ଦେଶରେ କରୋନା: ଦିନକରେ ସର୍ବାଧିକ ୮୩,୮୮୩ ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଲାଗୁ ହୋଇଛି ଅନ୍ଲକ୍-୪। ଅପରପକ୍ଷେ ଦେଶରେ ଅଣାୟତ୍ତ କରୋନା ସଂକ୍ରମଣ। ଦିନକୁ ଦିନ ଦେଶରେ ବଢ଼ି ଚାଲିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏପରିକି ଦୈନିକ ସଂକ୍ରମଣରେ ଭାରତ ଏକ ନମ୍ବର ସ୍ଥାନରେ ଆସିଛି ପହଁଞ୍ଚିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୩୮ଲକ୍ଷ ୫୩ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ନୂଆ ୮୩,୮୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୦୪୩ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୬୮,୫୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮,୫୩,୪୦୬ରେ ପହଁଞ୍ଚିଛି। ସେମଧ୍ୟରୁ ୬୭,୩୭୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୮,୧୫,୫୩୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨୯,୭୦,୪୯୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆାଶ୍ବସ୍ତିକର ଖବର।
ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।
Comments are closed.