ବିଜେପିରେ ଯୋଗ ଦେଲେ ତିର୍ତ୍ତୋଲର ବରିଷ୍ଠ ନେତା ରାଜକିଶୋର ବେହେରା

ଭୁବନେଶ୍ବର: ତିର୍ତ୍ତୋଲର ବରିଷ୍ଠ ନେତା ରାଜକିଶୋର ବେହେରା ଗତକାଲି କଂଗ୍ରେସ ଛାଡ଼ିବା ପରେ ଆଜି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ, ରାଜକିଶୋର ବେହେରା କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ନେଇ ସେ ଗତକାଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଂଜନ ପଟ୍ଟନାୟକଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇ ଦେଇଥିଲେ।
ରାଜକିଶୋର ବେହେରା ଭାରତୀୟ ଜନତା ପାର୍ଟି ରେ ଯୋଗ ଦେଇ ଏହାର ପ୍ରାର୍ଥୀ ଭାବରେ ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲରୁ ଉପନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି ବୋଲି କଳ୍ପନାଜଳ୍ପନା ଜୋର ଧରିଛି।
Comments are closed.