କରୋନା: ରାଜ୍ୟରେ ୪୨୩୭ ପଜିଟିଭି ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୪୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୫୪୮ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୮୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୭୫୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୦, ବାଲେଶ୍ୱରରୁ ୧୬୧, ବରଗଡ଼ରୁ ୧୨୧, ଭଦ୍ରକରୁ ୧୩୬, ବଲାଙ୍ଗୀରରୁ ୬୭, ବୌଦ୍ଧରୁ ୪୩, କଟକରୁ ୫୭୭, ଦେବଗଡ଼ରୁ ୨୨, ଢେଙ୍କାନାଳରୁ ୭୦, ଗଜପତିରୁ ୪୨, ଗଞ୍ଜାମରୁ ୭୧, ଜଗତସିଂହପୁରରୁ ୧୭୩, ଯାଜପୁରରୁ ୨୦୧, ଝାରସୁଗୁଡ଼ାରୁ ୨୦୫, କଳାହାଣ୍ଡିରୁ ୫୭, କନ୍ଧମାଳରୁ ୫୫, କେନ୍ଦ୍ରାପଡ଼ାରୁ ୧୪୮, କେନ୍ଦୁଝରରୁ ୪୨, ଖୋର୍ଦ୍ଧାରୁ ୬୪୭, କୋରାପୁଟରୁ ୮୯, ମାଲକାନଗିରିରୁ ୪୪, ମୟୁରଭଞ୍ଜରୁ ୧୩୯, ନବରଙ୍ଗପୁରରୁ ୭୦, ନୟାଗଡରୁ ୫୦, ନୂଆପଡ଼ାରୁ ୧୧୫, ପୁରୀରୁ ୨୧୯, ରାୟଗଡ଼ାରୁ ୫୧ ଜଣ, ସମ୍ବଲପୁରରୁ ୧୧୧, ସୋନପୁରରୁ ୧୩୧, ସୁନ୍ଦରଗଡ଼ରୁ ୧୦୧ ଏବଂ ଷ୍ଟେଟ୍ ପୋଲ୍ ୧୬୯ ରହିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୨୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୮୫୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୫୩୨୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୦୫୭୩୧ଟି ସାମ୍ପୁଲ ଟେଷ୍ଟ୍ କରାଯାଇଛି।
Comments are closed.