ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି। ଆଜି ରାଜ୍ୟରେ ୩୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ମାନ ସୁଦ୍ଧା ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇ ଥିବା ବେଳେ କଟକ ଓ ନୟାଗଡରୁ ୨ ଜଣ, ଅନୁଗୁଳ, ଭଦ୍ରକ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।
Comments are closed.