ଲଘୁଚାପ: କାଲିଠୁ ୨୧ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଫଳରେ ଆସନ୍ତାକାଲିଠାରୁ ୨୧ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। କାଲିଠୁ ରାଜ୍ୟର ୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳି ବର୍ଷିବା ନେଇ ପୂର୍ବାନୁମାନ କରାଯାଇଛି।
ଠିକ୍ ସେହିଭଳି ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଆଲର୍ଟ ସହ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୨୦ ଓ ୨୧ରେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
Comments are closed.