ବାତ୍ୟା ସମ୍ଭାବନା ନାହିଁ: ଆଇଏମ୍ଡି ଡିଜି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ୱେଲ୍ମାର୍କଡ ଲଘୁଚାପ ଅବପାତରେ ପରିଣତ ହୋଇଛି। ତେବେ ସୃଷ୍ଟ ଅବପାତ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ ବୋଲି ଆଇଏମ୍ଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଅନୁସାରେ, ବଙ୍ଗୋପସାଗରରେ ୱେଲମାର୍କଡ ଲଘୁଚାପ ଅବପାତରେ ପରିଣତ ପରେ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଆଜି ଠାରୁ ଅଧିକ ବର୍ଷା ସହ କୋହଲା ପବନ ଲାଗି ରହିବ। ଗ୍ରାମାଞ୍ଚଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି। ପୌରାଞ୍ଚଳରେ ମଧ୍ୟ ଡ୍ରେନେଜକୁ ନେଇ ସମସ୍ୟା ହୋଇପାରେ। ବିଶେଷ କରି ସମୁଦ୍ରକୁ ଲାଗିଥିବା ଅଞ୍ଚଳ ବେଶି ପ୍ରଭାବିତ ହେବ। ସମୁଦ୍ରରେ ଏହାର ପ୍ରଭାବ ବେଶି ରହିବାକୁ ଥିବାବେଳେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ଏଥିସହ ଓଡ଼ିଶାର ସବୁ ବନ୍ଦରକୁ ୩ ନଂ ସତର୍କ ସଙ୍କେତ ଜାରି କରାଯାଇଛି ବୋଲି ଆଇଏମ୍ଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି।
Comments are closed.