କୋଇଲା ଦୁର୍ନୀତି: ଆଜି ଦିଲ୍ଲୀପ ରାୟଙ୍କ ବିରୋଧରେ ଦଣ୍ଡବିଧାନ କରିବେ ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ କୋର୍ଟ
ନୂଆଦିଲ୍ଲୀ: ଝାଡଖଣ୍ଡ କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ଖଣି ମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ବିରୋଧରେ ଆଜି ହୋଇପାରେ ଦଣ୍ଡ ଶୁଣାଣି। ଏଥିପାଇଁ ଦିଲ୍ଲୀର ରାଉଜ ଏଭେନ୍ୟ କୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେବେ। ଦିଲୀପଙ୍କ ସହ ୪ ଦୋଷୀ ସାବ୍ୟସ୍ତଙ୍କ ବିରୋଧରେ ଦଣ୍ଡ ଶୁଣାଇ ପାରନ୍ତି କୋର୍ଟ। ଅକ୍ଟୋବର ୬ ତାରିଖରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଦିଲୀପ ରାୟଙ୍କ ସମେତ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।
୧୯୯୯ ମସିହାରେ ଝାଡଖଣ୍ଡର ଗିରିଡିହସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିମିୟତତା ମାମଲାରେ ଦିଲ୍ଲୀପଙ୍କ ସମେତ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଅକ୍ଟୋବର ୧୪ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ସିବିଆଇ ଓ ଅଭିଯୁକ୍ତମାନଙ୍କର ଓକିଲମାନଙ୍କ ପକ୍ଷରୁ ଦଣ୍ଡବିଧାନକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା।
Comments are closed.