ରାଜ୍ୟରେ କରୋନା: ୧୫୪୦ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ୧୫୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା୨୮୫୪୮୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ୮୮୬ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ୬୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।
Covid-19 Report For 27th October
New Positives Cases 1540
In quarantine: 886
Local contacts: 654(Details of local contacts will be shared by concerned District Administration)
District Wise Cases:
1. Angul: 100
2. Balasore: 92
3. Bargarh: 41
4. Bhadrak: 9
5. Balangir: 67— I & PR Department, Odisha (@IPR_Odisha) October 28, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ୧୦୦ଜଣ, ବାଲେଶ୍ୱର ଜିଲ୍ଲାରୁ୯୨ଜଣ, ବରଗଡ଼ ଜିଲ୍ଲାରୁ ୪୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୯ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୪ଜଣ, ଗଜପତି ଜିଲ୍ଲାରୁ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୯ଜଣ, ଜଗତସିଂହପୁର ଜିଲ୍ଲାରୁ୭୮ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ୪୭ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୨ଜଣ, କେନ୍ଦୁଝର ଜିଲ୍ଲାରୁ୩୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୮ଜଣ, କୋରାପୁଟ ଜିଲ୍ଲାରୁ ୨୬ଜଣ, ମାଲକାନଗିରି ଜିଲ୍ଲାରୁ ୪୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୩୩ଜଣ, ନୂଆପଡା ଜିଲ୍ଲାରୁ ୫୧ଜଣ, ପୁରୀ ଜିଲ୍ଲାରୁ ୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୨୯ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୧୧୧ଜଣ, ଷ୍ଟେଟ୍ ପୁଲ୍ରୁ ୩୬ଜଣ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୫୪୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬୦୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୬୮୧୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୪୪୨୨୧୬୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.