ରାଜ୍ୟରେ କରୋନା: ୧୩୮୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୭୨୭୪ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୮୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।
Covid-19 Report For 4th November
New Positive Cases: 1385
In Quarantine: 798
Local Contacts: 587(Details of local contacts will be shared by concerned District Administration)
District Wise Cases:
1. Angul: 88
2. Balasore: 36
3. Bargarh: 55
4. Bhadrak: 31
5. Balangir: 77— I & PR Department, Odisha (@IPR_Odisha) November 5, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬ଜଣ, ବରଗଡ଼ ଜିଲ୍ଲାରୁ ୫୫ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୨୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡା ଜିଲ୍ଲାରୁ ୮୮ଜଣ, ପୁରୀ ଜିଲ୍ଲାରୁ ୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ, ଷ୍ଟେଟ୍ ପୁଲ୍ରୁ ୩୧ଜଣ ରହିଛନ୍ତି।
Comments are closed.