କରୋନା: ରାଜ୍ୟରେ ଗଲା ଆଉ ୧୫ ଜୀବନ
![](https://www.odishalink.com/wp-content/uploads/2020/08/Corona-Death.jpg)
ଭୁବନେଶ୍ବର: ଦୀର୍ଘ ଆଠ ପରେ ରାଜ୍ୟରେ କରୋନା ସଂକମ୍ରଣ କମିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ,ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଦେବଗଡ଼, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
Comments are closed.