Odisha Link
Bridging the Missing Links in Odisha

ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଛି। ଏହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

ମୃତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୫, ସମ୍ବଲପୁରରୁ ୩, ରାୟଗଡ଼ା, ନୂଆପଡ଼ା, ଜଗତସିଂହପୁର, କଟକ, ଭୁବନେଶ୍ୱର ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.