ବ୍ରହ୍ମୋସ୍ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: ଭାରତର ଶକ୍ତିଶାଳୀ ବ୍ରହ୍ମୋସ୍ ସୁପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ। ଲ୍ୟାଣ୍ଡ ଆଟାକ୍ ଭର୍ସନ ବା ଭୂପୃଷ୍ଠରୁ ଭୂପୃଷ୍ଠକୁ ଆକ୍ରମଣ କରୁଥିବା କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଆଜି ସକାଳ ୧୦ଟାରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରୁ ଏହି କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଥିଲା। ଏହି ବ୍ରହ୍ମୋସ କ୍ଷେପଣାସ୍ତ୍ର ଶବ୍ଦର ତିନିଗୁଣ ବେଗରେ ଗତି କରିବା ସହ ୨୯୦ କିଲୋମିଟର ଦୂର ଲକ୍ଷ୍ୟକୁ ଭେଦ କରିପାରିବ।
The supersonic cruise missile was testfired at 10 AM today & it successfully hit its target. The test was conducted by the Indian Army which has many regiments of the DRDO-developed Missile system. The strike range of BrahMos missile has now been enhanced to over 400 km: Sources https://t.co/dXlgqi9O2I
— ANI (@ANI) November 24, 2020
ବ୍ରହ୍ମୋସ୍ କ୍ଷେପଣାସ୍ତ୍ରର ଲମ୍ବ ୨୮ ଫୁଟ ରହିଥିବା ବେଳେ ଏହାର ଓଜନ ୩୦୦୦କିଲୋଗ୍ରାମ। ଏଥିରେ ୨୦୦ କିଲୋଗ୍ରାମର ପାରମ୍ପାରିକ ଏବଂ ଆଣବିକ ଅସ୍ତ୍ର ରଖାଯାଇପାରେ। ଏହା ୩୦୦କିଲୋମିଟରରୁ ୮୦୦ କିଲୋମିଟର ପର୍ଯ୍ୟନ୍ତ ବସିଥିବା ଶତ୍ରୁଙ୍କୁ ଲକ୍ଷ୍ୟ କରି ପାରିବ। ଏହା ଘଣ୍ଟା ପ୍ରତି ୪୩୦୦ କିଲୋମିଟର ବେଗରେ ଆକ୍ରମଣ କରିପାରେ।
ଆଜିର ପରୀକ୍ଷଣର ଉଦ୍ଦେଶ୍ୟ ଥିଲା କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ବୃଦ୍ଧି କରିବା। ଭୂପୃଷ୍ଠରୁ ଭୂପୃଷ୍ଠକୁ ମାଡ଼ କରିବାର କ୍ଷମତା ରଖୁଥିବା ଏହି କ୍ଷେପଣାସ୍ତ୍ରର ଲକ୍ଷଭେଦ କ୍ଷମତା ୪୦୦ କିଲୋମିଟରକୁ ବୃଦ୍ଧି କରାଯାଇଛି।
Comments are closed.