ଉତ୍କଳ ବିଶ୍ୱବିଦ୍ୟାଳୟରେ ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର: ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ଖୋଲିବା ସହ ହଷ୍ଟେଲ ଖୋଲିବାକୁ ମିଳିଛି ଅନୁମତି। ଅନୁମତି ମିଳିବା ପରେ ଉତ୍କଳ ବିଶ୍ୱ ବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସୂଚନା ମୁତାବକ, ଉତ୍କଳ ବିଶ୍ୱ ବିଦ୍ୟାଳୟ ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ।
ତିନିଦିନ ତଳର କୋଭିଡ ନେଗେଟିଭ ରିପୋର୍ଟ ପ୍ରଦର୍ଶନ ଆଧାରରେ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ। ଯେଉଁମାନଙ୍କ ପାଖରେ କୋଭିଡ୍ ଟେଷ୍ଟ ରିପୋର୍ଟ ନଥିବ ସେମାନଙ୍କ ପାଇଁ କ୍ୟାମ୍ପସରେ ଏକ କୋଭିଡ ଟେଷ୍ଟ କ୍ୟାମ୍ପ ଖୋଲାଯିବ। ସେଠାରେ ମାଗଣାରେ କୋଭିଡ୍ ଟେଷ୍ଟ କରାଯାଇ ହଷ୍ଟେଲକୁ ଛଡ଼ାଯିବ।
ଏଥିସହ ପୁରା କ୍ୟାମ୍ପସକୁ ବିଶୋଧନ କରାଯିବ। କୋଭିଡ ନିୟମ ପାଳନ କରାଯାଇ ଶିକ୍ଷାଦାନ କରାଯିବ। ସବୁ ବିଭାଗୀୟ ମୁଖ୍ୟ ଓ ହଷ୍ଟେଲ ସୁପରିଣ୍ଟେଡେଣ୍ଟଙ୍କ ସହ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଉତ୍କଳ ବିଶ୍ୱ ବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ।
Comments are closed.