Odisha Link
Bridging the Missing Links in Odisha

ଆଜି ପହଞ୍ଚିବ ଦ୍ୱିତୀୟ ପର୍ଯ୍ୟାୟ ଟିକା

ଭୁବନେଶ୍ୱର : ଆଜି ଭୁବନେଶ୍ବରରେ ପହଞ୍ଚିବ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକା । ୧୦ ଡୋଜ୍ ବିଶିଷ୍ଟ ୩ଲକ୍ଷ ୩୪ହଜାର ୫୦୦ ଡୋଜ୍ ଆସିବାର ଅଛି ବୋଲି ସୂଚନା ମିଳୁଛି। ଆଜି ଅପରାହ୍ନ ପ୍ରାୟ ୪ଟା ୨୫ ମିନିଟରେ ଏହି ଟିକା ଧରି ଆସୁଥିବା ବିମାନ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବ।

ଯେଉଁ ହିତାଧିକାରୀମାନେ ସ୍ୱେଚ୍ଛାକୃତ ଟୀକାକରଣକୁ ପ୍ରତ୍ୟାଖ୍ୟାନ କରିବେ ସେମାନଙ୍କୁ ପରବର୍ତ୍ତୀ ସମୟରେ ସରକାରଙ୍କ ପକ୍ଷରୁ ମାଗଣା କୋଭିଡ୍ ଟୀକାକରଣର ସୁଯୋଗ ଦିଆଯିବ ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ପ୍ରଥମ ଦିନରେ ୧୬୧ଟି ସେସନରେ ମୋଟ ୧୩,୯୮୦ଜଣ ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କୁ ଟୀକା ଦିଆଯାଇଥିଲା। ଗତକାଲି ମୋଟ ୩୮୦ଟି ସେସନରେ ସନ୍ଧ୍ୟା ୬ଟା ସୁଦ୍ଧା ୩୦,୧୬୧ଜଣ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଟୀକା ପ୍ରଦାନ କରାଯାଇଛି । ଗତକାଲି ଗୋଟିଏ ସାମାନ୍ୟଧରଣର ପାର୍ଶ୍ୱ ପ୍ରତିକ୍ରିୟା ମାମଲା ରିପୋର୍ଟ ହୋଇଥିଲେ ମଧ୍ୟ ସମ୍ପୃକ୍ତ ବ୍ୟକ୍ତି ଭଲ ଥିବା ଜଣାଯାଇଛି।

Comments are closed.