ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୧୩ ଜଣଙ୍କ ଜୀବନ

ଭୋପାଳ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବସ୍-ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ଚାଲିଗଲା ୧୩ ଜଣଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ଗ୍ବାଲିଅର ଜିଲ୍ଲାର ପୁରାନୀ ଛଓ୍ବାନୀରେ ଘଟିଛି। ମୃତକଙ୍କ ମଧ୍ୟରେ ୧୨ ଜଣ ମହିଳା ଥିବା ବେଳେ ଅଟୋ ଡ୍ରାଇଭରଙ୍କର ମଧ୍ୟ ମୃତ୍ୟୁ ଘଟିଛି।
ଜାତୀୟ ଗଣମାଧ୍ୟମରେ ପ୍ରସାରିତ ଖବର ଅନୁଯାୟୀ, ମଙ୍ଗଳବାର ଦିନ କିଛି ମହିଳା ଅଟୋ ଯୋଗେ ଗୋଟିଏ କାର୍ଯ୍ୟକ୍ରମକୁ ରୋଷେଇ କରିବାକୁ ଯାଉଥିଲେ। ଅଟୋରେ କ୍ଷମତା ଠାରୁ ଅଧିକ ଜଣ ବସିଥିଲେ। ସେହିପରି ବସ୍ଟି ମୋରେନା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ମଙ୍ଗଳବାର ସକାଳ ପ୍ରାୟ ୭ଟା ସମୟରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ ୧୦ ଜଣଙ୍କର ମୃତ୍ୟୁ ହୋଇଥିଲା।
ଅପରପକ୍ଷେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ସେ ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
Comments are closed.