ବଡଝାର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
ବଡଝାର ଗାଁରେ ପୁଣି ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ
ଅନୁଗୁଳ: ପୁଣି ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକର ବଡଝାର ଗାଁରେ ପୁଣି ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ଏଥିସହ ଉକ୍ତ ଗାଁକୁ କଣ୍ଟେନମେଣ୍ଟ ଜୋନ ମଧ୍ୟ ଘୋଷଣା କରାଯାଇଛି। ୨୪ ଘଣ୍ଟାରେ ଗାଁର ଏତେ ସଂଖ୍ୟାରେ ଲୋକ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।
ପାଲଲହଡା ଉପଜିଲ୍ଲାପାଳଙ୍କ ସୂଚନା ଅନୁସାରେ ଗତ ୨୩ ତାରିଖରେ ବଡଝାର ଗାଁରେ ୨ ଜଣ ଲୋକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏମାନଙ୍କୁ ସଙ୍ଗରୋଧରେ ରଖାଯାଇଥିଲା। ତାପରେ ସେହି ଦୁଇଜଣଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନଙ୍କର ନମୁନା ପରୀକ୍ଷା ପାଇଁ ଯାଇଥିଲା।
ସେମାନଙ୍କ ମଧ୍ୟରୁ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅର୍ଥାତ ଏହି ଗାଁର ମୋଟ ସଂକ୍ରମିତଙ୍କ ସଂଖ୍ୟା ଏବେ ୨୬କୁ ବୃଦ୍ଧି ପାଇଛି। ଗାଁରେ କରୋନା ସଂକ୍ରମଣକୁ ଦୃଷ୍ଟିର ରଖି ପ୍ରଶାସନ ପକ୍ଷରୁ ଏପରି ବ୍ୟବସ୍ଥା କରାଯାଇଛି। ଏଥିସହ ବାହାର ଲୋକଙ୍କୁ ଗାଁ ଭିତରକୁ ଗାଡି ଚଳାଚଳ ବନ୍ଦ ରଖାଯାଇଛି। ଗାଁ ଲୋକ ଯେମିତି ବାହାରକୁ ଯାଇ ପାରିବେ ନାହିଁ ତା ଉପରେ ମଧ୍ୟ କଟକଣା ଲଗାଯାଇଛି।
Comments are closed.