Odisha Link
Bridging the Missing Links in Odisha

ପ୍ରଜାକୋର୍ଟ ପରେ ରାକେଶ୍ୱରଙ୍କୁ ଛାଡ଼ିଥିଲେ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଗତ ଶନିବାର ଦିନ ନକ୍ସଲମାନଙ୍କ ଦ୍ବାରା ଅପହୃତ ହୋଇଥିବା ସିଆରପିଏଫ୍‌ର କୋବ୍ରା ବଟାଲିଅନର ଯବାନ ରାକେଶ୍ବର ସିଂ ମାନହାସ ଆଜି ମୁକୁଳିଛନ୍ତି। ଅପହରଣର ୬ ଦିନ ପରେ ନକ୍ସଲ ଜଙ୍ଗଲ ପାଖ ଗାଁର ଏକ ଅଜ୍ଞାତ ସ୍ଥାନରେ ଯବାନଙ୍କୁ ଛାଡ଼ିଛନ୍ତି।

ସେଠାରୁ ଅନ୍ୟ ଯବାନମାନେ ବାଇକରେ ରାକେଶ୍ୱରଙ୍କୁ ସୁରକ୍ଷିତ ଆଣି ମେଡିକାଲ ଯାଞ୍ଚ କରିଥିଲେ, ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ପରେ ତାଙ୍କୁ ସେନା କ୍ୟାମ୍ପକୁ ଅଣାଯାଇଥିଲା। ରାକେଶଙ୍କୁ ମୁକ୍ତି ପାଇଁ ଦୁଇ ଜଣ ମଧ୍ୟସ୍ଥିଙ୍କୁ ଚୟନ କରାଯାଇଥିଲା। ଧରମପାଲ ସୋନୀ, ତେଲମ ବୋରୀ ମାଓବାଦୀଙ୍କ ସହ ଆଲୋଚନା କରିଥିଲେ।

ରାକେଶଙ୍କ ମୁକ୍ତି ପୂର୍ବରୁ ବସିଥିଲା ପ୍ରଜା କୋର୍ଟ। ପ୍ରଜାକୋର୍ଟରେ ରାକେଶଙ୍କୁ ହାଜର କରାଯାଇଥିଲା। ମୁକ୍ତି ନେଇ ଲୋକଙ୍କ ମତାମତ ମାଗିଥିଲେ ନକ୍ସଲ।ରାକେଶଙ୍କ ମୁକ୍ତି ପରେ ପରିବାରରେ ଖୁସିର ଲହରି ଖେଳିଯାଇଛି। ମିଠାବାଣ୍ଟି ଖୁସି ବ୍ୟକ୍ତ କରିଛନ୍ତି ପରିବାର ଲୋକ। କୁନି ଝିଅ ବାପା ଫେରି ଆସିବା ଖୁସିରେ ନାଚି ଉଠିଛନ୍ତି।

ଛତିଶଗଡ଼ର ସୁକ୍‌ମାରେ ୩ ଏପ୍ରିଲରେ ବଡ଼ ଧରଣର ମାଓ ଅପରେସନ ପରେ ମାଓବାଦୀ ମାନେ ରାକେଶଙ୍କୁ ଅପହରଣ କରିନେଇଥିଲେ। ମାଓ ଅପରେସନ୍ ବେଳେ ୨୨ ଯବାନ ସହିଦ ହୋଇଥିଲେ। ରାକେଶ୍ୱର ସିଂଙ୍କୁ ମାଓବାଦୀ ବନ୍ଧକ ରଖି ମୁକ୍ତି ପାଇଁ ସର୍ତ୍ତ ରଖିଥିଲେ। ମଧ୍ୟସ୍ଥିଙ୍କ ଜରିଆରେ ଯବାନଙ୍କୁ ମୁକ୍ତି ମିଳିବ ବୋଲି ମାଓବାଦୀ ପ୍ରେସ୍ ରିଲିଜ୍ ଜାରି କରିଥିଲେ।

Leave A Reply

Your email address will not be published.