ଆଉ ୧୦ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ସଂକ୍ରମିତ ହାର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୦୭୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୦୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୯୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୬୭୧୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।