ମେ’ ୫ରୁ ରାଜ୍ୟରେ ଲକ୍ଡାଉନ୍, ଘୋଷଣା କଲେ ରାଜ୍ୟ ସରକାର
![](https://www.odishalink.com/wp-content/uploads/2021/05/E0W4R6mVkAgTkS9-750x430.jpg)
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି କରୋନା ସଂକ୍ରମଣ। ଦିନକୁ ଦିନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏସବୁକୁ ନଜରରେ ରଖି ରାଜ୍ୟ ସରକାର ଲଗାଇଛନ୍ତି ଅନେକ କଟକଣା। ହେଲେ କରୋନା ସଂକ୍ରମଣକୁ ପ୍ରତିହତ କରିବାରେ ସଫଳ ହୋଇନାହିଁ କଟକଣା। ଯାହାକୁ ନଜରରରେ ରଖି ରବିବାର ରାଜ୍ୟ ମୁଖ୍ୟ ଶାସନ ସଚିବ କରିଛନ୍ତି ବଡ଼ ଘୋଷଣା।
ରାଜ୍ୟରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ।
ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ। pic.twitter.com/l7nO7He5Fw— I & PR Department, Odisha (@IPR_Odisha) May 2, 2021
ରାଜ୍ୟରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ୫ଶହ ମିଟର ଦୂରତା ମଧ୍ୟରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ।
ସ୍ବାସ୍ଥ୍ୟସେବା ତଥା ଅନ୍ୟାନ୍ୟ ଜରୁରୀ ସେବା ପାଇଁ କୌଣସି କଟକଣା ନାହିଁ ବୋଲି ସୂଚନା ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।