Odisha Link
Bridging the Missing Links in Odisha

ରାଜଧାନୀରୁ ଦିନକରେ ୮୬୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ଭୁବନେଶ୍ବରରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୬୪ ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୧୩୪ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୩୦ ଜଣ ରହିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।