ବାତ୍ୟା କ୍ଷତିଗ୍ରସ୍ତଙ୍କ ଚାଷୀଙ୍କ ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
![](https://www.odishalink.com/wp-content/uploads/2020/12/Cm-Naveen-Patnaik-735x430.jpg)
ଭୁବନେଶ୍ୱର: ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୩%ରୁ ଅଧିକ କ୍ଷତି ସହିଥିବା କ୍ଷୁଦ୍ର/ନାମମାତ୍ର ଚାଷୀଙ୍କୁ ଇନପୁଟ୍ ସବସିଡି ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଅଣଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬୮୦୦ ଟଙ୍କା ସବସିଡି ମିଳିବ।
ସେହିପରି ଜଳସେଚିତ ଜମି ପାଇଁ ହେକ୍ଟରକୁ ୧୩, ୫୦୦ ଟଙ୍କା ମିଳିବ। ବାରମାସୀ ଫସଲ ଜମି ପାଇଁ ହେକ୍ଟର ପିଛା ମିଳିବ ୧୮ ହଜାର ଟଙ୍କା ମିଳିବ। ସେହିପରି ବାରମାସୀ ଫସଲ ପାଇଁ ସର୍ବନିମ୍ନ ୨ ହଜାର, ଅନ୍ୟ ଫସଲ ପାଇଁ ୧ ହଜାର ମିଳିବା ନେଇ ଘୋଷଣା ହୋଇଛି। ପ୍ରଭାବିତ ଜିଲ୍ଲାର ଚାଷୀଙ୍କୁ ଏବେ ମିଳୁଥିବା ରିହାତି ସହ ୨୫% ଅଧିକ ରିହାତି ମିଳିବ।
ବାତ୍ୟା ୟାସ କ୍ଷୟକ୍ଷତି ବାବଦକୁ ଓଡ଼ିଶାକୁ ୫ଶହ କୋଟିର କେନ୍ଦ୍ରୀୟ ସହାୟତା ପୂର୍ବରୁ ମିଳିଛି। ଏହି ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେହିପରି କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପଟେ ବାତ୍ୟା ମୁକାବିଲା ନେଇ ଦୀର୍ଘ ମିଆଦି ବ୍ୟବସ୍ଥା କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ସହ୍ୟ କରିପାରୁଥିବା ବିଦ୍ୟୁତ ବ୍ୟବସ୍ଥା ଓ ସାମୁଦ୍ରିକ ଜୁଆରକୁ ରୋକିବା ଲାଗି ବନ୍ଧ ର୍ନିମାଣ ପାଇଁ ଦାବି ରଖିଛନ୍ତି ରାଜ୍ୟ ସରକାର।