୧୪ରେ କେଜିରୁ ୭ମ ପିଲା ଯିବେ ସ୍କୁଲ
ଏହି ପାଠପଢ଼ା ଅନଲାଇନ/ଅଫଲାଇନ୍ ମାଧ୍ୟମରେ ହୋଇପାରିବ। ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଥିବା ବିଭାଗଗୁଡ଼ିକ ସ୍ୱତନ୍ତ୍ର ଭାବେ ନିଜ ନିଜର ଗାଇଡଲାଇନ୍ ଜାରି କରିବେ ।
ଓଏଲ୍ ବ୍ୟୁରୋ: ୨ ବର୍ଷ ପରେ ସ୍କୁଲ ଯିବେ କେଜିରୁ ୭ମ ଶ୍ରେଣୀ ପିଲା। ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟରେ ମହାମାରୀ କରୋନା ସଂକ୍ରମଣରେ କ୍ରମଶଃ ଅଙ୍କୁଶ ଲାଗୁଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ଶିକ୍ଷାନୁଷ୍ଠାନରେ ପାଠପଢ଼ା ସ୍ବାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ଆସନ୍ତା ସୋମବାର ଅର୍ଥାତ୍ ୭ ତାରିଖରୁ ଅଷ୍ଟମ ଶ୍ରେଣୀ ଓ ତଦୁର୍ଦ୍ଧ୍ୱ ଶ୍ରେଣୀର ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ସେଥିରେ ଉଚ୍ଚଶିକ୍ଷା ବିଭାଗ ସମେତ ଟେକନିକାଲ,ମେଡିକାଲ ଓ ପ୍ରଫେସନାଲ ଆଦି ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟ ସାମିଲ ଅଛି ।
ଏହାସହିତ ୧୪ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲରେ ପାଠପଢ଼ା ହେବ । ତେବେ ଏହି ପାଠପଢ଼ା ଅନଲାଇନ/ଅଫଲାଇନ୍ ମାଧ୍ୟମରେ ହୋଇପାରିବ। ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଥିବା ବିଭାଗଗୁଡ଼ିକ ସ୍ୱତନ୍ତ୍ର ଭାବେ ନିଜ ନିଜର ଗାଇଡଲାଇନ୍ ଜାରି କରିବେ ।