ତୃତୀୟଲିଙ୍ଗୀ ସନ୍ତାନ୍ତଙ୍କୁ ମିଳିବ ପରିବାର ପେନସନ୍, ୧୫ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମୋହର
ତୃତୀୟଲିଙ୍ଗୀ ସନ୍ତାନଙ୍କୁ ମିଳିବ ପରିବାର ପେନସନ। ଏକମାତ୍ର ଉତ୍ତରାଧିକାରୀ ହୋଇଥିଲେ ଅବିବାହିତ ଝିଅ ଭାବେ ବିବେଚିତ ହୋଇ ପରିବାର ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହେବେ। ଓଡ଼ିଶା ପେନସନ ରୁଲ ୧୯୯୨ରେ ସଂଶୋଧନକୁ ମିଳିଛି କ୍ୟାବିନେଟ ଅନୁମୋଦନ।
![](https://www.odishalink.com/wp-content/uploads/2023/01/lok.jpg)
ଓଏଲ୍ ବ୍ୟୁରୋ: ୨୦୨୩-୨୪ ରାଜ୍ୟ ବଜେଟ୍ ପୂର୍ବରୁ ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ଏହି ଅବସରରେ ୧୫ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମୋହର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଚିଠା ପ୍ରସ୍ତାବକୁ ମୋହର ମିଳିଛି। ଭୁବନେଶ୍ୱରରେ ଜଳଯୋଗାଣ ପାଇଁ ପ୍ରତିଷ୍ଠା ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ। ୧୩୦ ମିଲିୟନ ଲିଟର କ୍ଷମତାବିଶିଷ୍ଟ ଜଳ ବିଶୋଧନ ପ୍ଲାଣ୍ଟ ଲାଗି ଟେଣ୍ଡରକୁ ଅନୁମୋଦନ ମିଳିଛି।
ତୃତୀୟଲିଙ୍ଗୀ ସନ୍ତାନଙ୍କୁ ମିଳିବ ପରିବାର ପେନସନ। ଏକମାତ୍ର ଉତ୍ତରାଧିକାରୀ ହୋଇଥିଲେ ଅବିବାହିତ ଝିଅ ଭାବେ ବିବେଚିତ ହୋଇ ପରିବାର ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହେବେ। ଓଡ଼ିଶା ପେନସନ ରୁଲ ୧୯୯୨ରେ ସଂଶୋଧନକୁ ମିଳିଛି କ୍ୟାବିନେଟ ଅନୁମୋଦନ। ଜେଲରେ କୌଣସି କାରଣରୁ କଏଦୀଙ୍କ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ ମିଳିବ କ୍ଷତିପୂରଣ। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍ ବିଶିଷ୍ଟ ୨୩୭ଟି ହଷ୍ଟେଲ ନିର୍ମାଣ ପ୍ରସ୍ତାବକୁ ମିଳିଛି ଅନୁମୋଦନ।
ବିମାନ ଇନ୍ଧନରେ ଭାଟ୍ ୧%କୁ ହ୍ରାସ କରାଯାଇଛି। ଫଳରେ ବିମାନ, ହେଲିକପ୍ଟର, ସିପ୍ଲେନ, ରାଜ୍ୟ ଭିତରେ ଥିବା ଯେକୌଣସି ଜାଗାକୁ ଉଡ଼ିବା ଖର୍ଚ୍ଚ କମିବ ।ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍ ବିଶିଷ୍ଟ ୨୩୭ଟି ହଷ୍ଟେଲ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଗଣଶିକ୍ଷା ବିଭାଗରେ ଛୁଟି ବା ଟ୍ରେନିଂରେ ଯିବା ପରେ ଖାଲି ପଡୁଥିବା ପଦବୀ ପୂରଣ ଲାଗି ଲିଭ ଆଣ୍ଡ ଟ୍ରେନିଂ ରିଜର୍ଭ ପୋଷ୍ଟ ତିଆରି ହୋଇଛି।
ଏମଏସଏମଇ ଉନ୍ନୟନ ନୀତି ୨୦୧୬ରେ ସଂଶୋଧନ ସହ ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନ ଅଣାଯାଇଛି। ଭୁବନେଶ୍ୱରରେ ଜଳ ଯୋଗାଣ ପାଇଁ ପ୍ରତିଷ୍ଠା ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ।ସମ୍ବଲପୁରରେ ତ୍ରିଲୋଚନ ନେତ୍ରାଳୟ ପାଇଁ ୫ଏକର ଅନୁମୋଦିତ କରିଛି କ୍ୟାବିନେଟ। ସେହିପରି ଜଟଣୀରେ ଶ୍ରୀ ଭିଲେ ପାର୍ଲେ କେଲାବାଣୀ ମଣ୍ଡଲ ବିଶ୍ବବିଦ୍ୟାଳୟ ରାଜ୍ୟ ସରକାର ଜମି ଯୋଗାଇବେ। ଜଳ ସମ୍ପଦ ବିଭାଗର ଡ୍ରେନେଜ ଉନ୍ନତିକରଣ ଯୋଜନାକୁ ଅନୁମୋଦନ ମିଳିଛି ଏବଂ ଏହି ନୂଆ ଯୋଜନା ଲାଗି କ୍ୟାବିନେଟରେ ଅର୍ଥ ମଧ୍ୟ ବ୍ୟୟବରାଦ ହୋଇଛି।