ରାଜ୍ୟ ବଜେଟ୍ : କୃଷି ପାଇଁ ୨୪ ହଜାର ୮୨୯ କୋଟି ବ୍ୟୟ ଅଟକଳ
କୃଷି ବଜେଟ ପାଇଁ ଅଟକଳ ମୂଲ୍ୟ ରହିଛି ୨୪ ହଜାର ୮୨୯ କୋଟି ଟଙ୍କା

ଓଏଲ୍ ବ୍ୟୁରୋ : ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବଜେଟ ଅଧିବେଶନ ଆୟୋଜିତ ହେଉଛି। ବଜେଟ ଉପସ୍ଥାପନାରେ ଅର୍ଥମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶା ଜାତିସଂଘ ଦ୍ବାରା ପ୍ରଶଂସିତ ହୋଇଛି। ଏଥର ବଜେଟ ଦୁଇ ଭାବରେ ବିଭକ୍ତ ହୋଇଛି। ପ୍ରଥମଟି ହେଉଛି କୃଷି ଏବଂ ଦ୍ୱିତୀୟଟି ହେଉଛି ସାଧାରଣ ବଜେଟ। ରାଜ୍ୟରେ ଚାଷ ଓ ଚାଷୀଙ୍କ ପାଇଁ ପ୍ରାଧାନ୍ୟ ଦେଇଛନ୍ତି ସରକାର।
କୃଷି ବଜେଟ ପାଇଁ ଅଟକଳ ମୂଲ୍ୟ ରହିଛି ୨୪ ହଜାର ୮୨୯ କୋଟି ଟଙ୍କା । ସରକାର କାଳିଆ ଯୋଜନା ପ୍ରଣୟନ କରିଛନ୍ତି। ଏହି ଯୋଜନାରେ ୧ ହଜାର ୮ ଶହ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଶିକ୍ଷା ଓ ଭିତ୍ତିଭୁମି ୧୬୬ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଚାଷୀଙ୍କ ଆୟ ବୃଦ୍ଧି ସାଙ୍ଗକୁ ଉଦ୍ୟାନ କୃଷି ମଧ୍ୟ କୃଷକଙ୍କୁ ସଶକ୍ତ କରିଛି। ଉଦ୍ୟାନ କୃଷି ନିମନ୍ତେ ୩୮୧ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନା ମାଧ୍ୟମରେ କହିଛନ୍ତି।