ରାଜ୍ୟରେ ହିଟ୍ ୱେଭ ଆଲର୍ଟ, ୪୫ଡିଗ୍ରୀ ଛୁଇଁପାରେ ଝାରସୁଗୁଡ଼ାର ତାପମାତ୍ରା
କଟକ, ଖୋର୍ଦ୍ଧା, ମୟୁରଭଞ୍ଜ, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧରେ ମଧ୍ୟ ହିଟ ୱେଭ ସ୍ଥିତି ରହିଛି।
![](https://www.odishalink.com/wp-content/uploads/2019/04/heatwave.jpg)
ଓଏଲ୍ ବ୍ୟୁରୋ: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତିରେ ହନ୍ତସନ୍ତ ରାଜ୍ୟବାସୀ। ଅତ୍ୟଧିକ ଗରମ ପାଇଁ ଆଜି ୪ଟି ଜିଲ୍ଲାକୁ ହିଟ ୱେଭ ଅରେଞ୍ଜ ଆଲର୍ଟ ଦିଆଯାଇଛି। ଆଜି ଝାରସୁଗୁଡ଼ାରେ ତାପମାତ୍ରା ୪୫ ଡିଗ୍ରି ଛୁଇଁପାରେ। କଟକ, ଖୋର୍ଦ୍ଧା, ମୟୁରଭଞ୍ଜ, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧରେ ମଧ୍ୟ ହିଟ ୱେଭ ସ୍ଥିତି ରହିଛି।
ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁସାରେ, ଆଗାମୀ ୩୬ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇବ। ଗୁରୁଚାପ ବଳୟ ଆଗାମୀ ୨୪ ଘଣ୍ଟାରେ ଦୁର୍ବଳ ହେବାର ସମ୍ଭାବନା ରହୁଛି। ତେଣୁ ତାତି କମିବା ପାଇଁ ଆହୁରି ୩୬ ଘଣ୍ଟା ଲାଗିବ। ତେବେ ଆସନ୍ତାକାଲି ବି ଆଭ୍ୟନ୍ତରୀଣ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଜାରି ରହିବ।
ଅନ୍ୟପଟେ, ରାଜ୍ୟରେ ଜାରି ରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଓଡ଼ିଶାରରେ ଥିବା ଯୁକ୍ତ୨ ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ବନ୍ଦ ରହିବ। ଏଥିସହ ପ୍ରି-ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।