Odisha Link
Bridging the Missing Links in Odisha

ଏଲ୍ଆଇସିର ନୂତନ ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି

ଏଫଏସଆଇବି ହେଉଛି କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ଅଧିନରେ ଥିବା ଏକ ସ୍ବୟଂ ଶାସିତ ସଂସ୍ଥା ଯାହାକି ରାଷ୍ଟ୍ରାୟତ୍ତ ଆର୍ଥିକ ସଂସ୍ଥା ଓ ବ୍ୟାଙ୍କଗୁଡ଼ିକର ସର୍ବୋଚ୍ଚ ପଦଗୁଡ଼ିକ ଚୟନ କରିଥାଏ।

ଓଏଲ୍‌ ବ୍ୟୁରୋ: ଦେଶର ସବୁଠୁ ବଡ଼ ବୀମା କମ୍ପାନୀ ଏବଂ ସବୁଠୁ ବଡ଼ ନିବେଶକାରୀ ସଂସ୍ଥାର ମୁଖ୍ୟ ଭାବେ କାର୍ଯ୍ୟ କରିବେ ଓଡ଼ିଆ ପୁଅ। ଏଲ୍ଆଇସିର ନୂଆ ମୁଖ୍ୟ ଭାବେ ଦାଇତ୍ୱ ପାଇଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି। ସିଦ୍ଧାର୍ଥ ମହାନ୍ତି ବର୍ତ୍ତମାନ ଏଲଆଇସିର ଅନ୍ତରୀଣ ଅଧ୍ୟକ୍ଷ ତଥା ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।

ଭାରତ ସରକାରଙ୍କ ଏଫଏସଆଇବି (ଫାଇନାନ୍ସିଆଲ ସର୍ଭିସେସ ଇଷ୍ଟିଚ୍ୟୁସନ୍ସ ବ୍ୟୁରୋ) ପକ୍ଷରୁ ଅଧ୍ୟକ୍ଷ ପଦ ପାଇଁ ମହାନ୍ତିଙ୍କ ନାମ ସୁପାରିଶ କରାଯାଇଥିଲା। ଏହାକୁ ଭାରତ ସରକାର ଗ୍ରହଣ କରିଛନ୍ତି। ଏଫଏସଆଇବି ହେଉଛି କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ଅଧିନରେ ଥିବା ଏକ ସ୍ବୟଂ ଶାସିତ ସଂସ୍ଥା ଯାହାକି ରାଷ୍ଟ୍ରାୟତ୍ତ ଆର୍ଥିକ ସଂସ୍ଥା ଓ ବ୍ୟାଙ୍କଗୁଡ଼ିକର ସର୍ବୋଚ୍ଚ ପଦଗୁଡ଼ିକ ଚୟନ କରିଥାଏ।

ଏଲ୍ଆଇସିର ନୂଆ ମୁଖ୍ୟ ଭାବେ ଦାଇତ୍ୱ ପାଇଥିବା ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି ୨୦୨୫ ଜୁନ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ଭାରତୀୟ ଜୀବନ ବୀମା ନିଗମର ଅଧ୍ୟକ୍ଷ ଭାବେ ସିଦ୍ଧାର୍ଥ ମହାନ୍ତିଙ୍କୁ ନିଯୁକ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଆସନ୍ତା ବର୍ଷ ଜୁନ୍ ମାସ ପର୍ଯ୍ୟନ୍ତ ସେ ଏହି ପଦବୀରେ ରହିବେ। ଏହା ପରେ ୧ ବର୍ଷ ପାଇଁ ଏଲଆଇସିର ଚିଫ୍ ଏଗଜିକ୍ୟୁଟିଭ୍ ଭାବେ କାର୍ଯ୍ୟ କରିବେ।

Leave A Reply

Your email address will not be published.