ତାତିରୁ ନାହିଁ ନିସ୍ତାର, ରାଜ୍ୟର କିଛି ସ୍ଥାନରେ ୪୫ ଡିଗ୍ରି ଅତିକ୍ରମ କରିପାରେ ତାପମାତ୍ରା
ଗତକାଲି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ ତାପମାତ୍ର ରେକର୍ଡ କରାଯାଇଥିଲା।
ଓଏଲ୍ ବ୍ୟୁରୋ: ରାଜ୍ୟରେ ବଢ଼ିବାରେ ଲାଗିଛି ତାପମାତ୍ରା। ପୁଣି ଅସହ୍ୟ ହେଲାଣି ତାତି। ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଛି। ୨ରୁ ୩ ଡିଗ୍ରୀ ଯାଏ ବଢ଼ିବ ଦିନ ତାପମାତ୍ରା। କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ। ୪ରୁ ୫ ଦିନ ପାଇଁ ପାରଦ ଉପରମୁହାଁ ରହିବ। ତାତି ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଦେଇଛି।
ଗତକାଲି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ ତାପମାତ୍ର ରେକର୍ଡ କରାଯାଇଥିଲା। ଝାରସୁଗୁଡାରେ ୪୧.୨ ଡ଼ିଗ୍ରୀ, ସମ୍ବଲପୁରରେ ୩୯.୦ ଡ଼ିଗ୍ରୀ, ହୀରାକୁଦରେ ୩୭.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୬ ଡ଼ିଗ୍ରୀ, ଚାନ୍ଦବାଲିରେ ୩୫.୪ ଡ଼ିଗ୍ରୀ, ପାରାଦ୍ୱୀପରେ ୩୩.୮ ଡ଼ିଗ୍ରୀ, ପୁରୀରେ ୩୩.୬ ଡ଼ିଗ୍ରୀ, ବାଲେଶ୍ୱରରେ ୩୩.୪ ଡ଼ିଗ୍ରୀ, ଗୋପାଳପୁରରେ ୩୩.୦ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା।
୧୪ ତାରିଖରୁ ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡିଗ୍ରି ଯାଏ ଦିନ ତାପମାତ୍ରା ବୃଦ୍ଧି ପାଇବ। ୧୫ ତାରିଖରୁ ନିସ୍ତାର ନାହିଁ। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା କିଛି କିଛି ସ୍ଥାନରେ ୪୫ ଡିଗ୍ରି ଅତିକ୍ରମ କରିଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ତାଟିକୁ ନଜରରେ ରଖି ରାଜ୍ୟର କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।