ଏଏସ୍ଓ ପରୀକ୍ଷା: ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟ ରଦ୍ଦ
ନୂତନ ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସ୍ସିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଓଏଲ୍ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏହି ଘଟଣାକୁ ନେଇ ହାଇକୋର୍ଟରେ ରିଟ୍ ଆବେଦନ ଶୁଣାଣି ହୋଇଛି। ପିଟିସନରଙ୍କ ପକ୍ଷରୁ ଯୁକ୍ତିକୁ ବୈଧ ବୋଲି କହିଛନ୍ତି ହାଇକୋର୍ଟ। ଓପିଏସ୍ସି ଏଏସ୍ଓ ପରୀକ୍ଷା ପରେ ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି କୋର୍ଟ। ନୂତନ ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସ୍ସିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।
୭୯୬ଟି ଏଏସ୍ଓ ପଦବୀ ପାଇଁ ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଗତ ଅଗଷ୍ଟ ମାସରେ ପରୀକ୍ଷା ହୋଇଥିଲା। ଏହି ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଆବେଦନର ଶୁଣାଣି କରି ୨ ମାସ ମଧ୍ୟରେ ସାନି ମେରିଟ୍ ଲିଷ୍ଟ୍ ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଲିଖିତ ପରୀକ୍ଷାର ମୋଟ୍ ମାର୍କ ଆଧାରରେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।