ତାତିରୁ ନାହିଁ ନିସ୍ତାର, ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ରେକର୍ଡ
ସମ୍ବଲପୁର ସର୍ବାଧିକ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ଓଏଲ୍ ବ୍ୟୁରୋ: ରାଜ୍ୟରେ ପୁଣି ଅସହ୍ୟ ହେଲାଣି ତାତି। ବଢ଼ିବାରେ ଲାଗିଛି ତାପମାତ୍ରା। ରାଜ୍ୟରେ ଆହୁରି ମଧ୍ୟ ଅତ୍ୟଧିକ ତାତି ଅନୁଭୂତ ହେବ ବୋଲି ସୂଚନା ମିଳିଛି। ୨ରୁ ୩ ଡିଗ୍ରୀ ଯାଏ ବଢ଼ିବ ଦିନ ତାପମାତ୍ରା। କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ। ଦିନ ସାଢ଼େ ୧୧ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୮.୨ ଡିଗ୍ରୀ ରେକର୍ଡ କରାଯାଇଛି। ସମ୍ବଲପୁର ସର୍ବାଧିକ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ସେହିଭଳି ଚାନ୍ଦବାଲିରେ ୩୯ ଡିଗ୍ରୀ, କେନ୍ଦୁଝରରେ ୩୮.୨ ଡିଗ୍ରୀ ସେଲସିୟସ, ଝାରସୁଗୁଡାରେ ୩୯.୬ ଡ଼ିଗ୍ରୀ, ହୀରାକୁଦରେ ୩୯.୬ ଡ଼ିଗ୍ରୀ, ଚାନ୍ଦବାଲିରେ ୩୯ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୮.୨ ଡ଼ିଗ୍ରୀ, କେନ୍ଦୁଝରରେ ୩୮.୨ ଡ଼ିଗ୍ରୀ, ବାଲେଶ୍ୱରରେ ୩୫.୪ ଡ଼ିଗ୍ରୀ, ପୁରୀରେ ୩୩.୬ ଡ଼ିଗ୍ରୀ, ଗୋପାଳପୁରରେ ୩୩ ଡ଼ିଗ୍ରୀ, ପାରାଦୀପରେ ୩୨.୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।