ଦୁର୍ନୀତି ନେଲା ପଦବୀ, ରାଜ୍ୟର ୯ ସରକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ
ଦୁର୍ନୀତିରେ ଲିପ୍ତ ଥିବା ୩ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ
ଓଏଲ୍ ବ୍ୟୁରୋ: ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟର ୯ ସରକାରୀ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଦୁର୍ନୀତିରେ ଲିପ୍ତ ଥିବା ୩ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବାବେଳେ ୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି। ଏକ୍ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଂଜିନିୟରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏପର୍ଯ୍ୟନ୍ତ ୧୯୭ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।