ସକ୍ରିୟ ଘୁର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା
ଓଏଲ୍ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଚଳିତ ବର୍ଷ ଆଜି ପର୍ଯ୍ୟନ୍ତ ସବୁଠାରୁ ବଡ଼ ବର୍ଷା ଶନିବାର ଦିନ ରେକର୍ଡ ହୋଇଛି। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଦେଇଛି।
ସୂଚନା ଅନୁସାରେ, ଗତକାଲିର ଘୁର୍ଣ୍ଣିବଳୟ ଆଜି ମଧ୍ୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି। ରାଜ୍ୟରେ ତୀବ୍ର ବୃଷ୍ଟିପାତ ହେତୁ ତାତିରୁ ତ୍ରାହି ମିଳିଛି।
ସକ୍ରିୟ ଘୁର୍ଣ୍ଣିବଳୟ
ଗତକାଲିର ଘୁର୍ଣ୍ଣିବଳୟ ଆଜି ମଧ୍ୟ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ pic.twitter.com/PjChmc4Ijg
— Meteorological Centre, Bhubaneswar (@mcbbsr) July 16, 2023
ଅନ୍ୟପଟେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବା ବେଳେ ଆସନ୍ତା ୧୮ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଓ ପ୍ରଭାବ ବଢ଼ିବ। ଏଣୁ ତୀବ୍ର ବୃଷ୍ଟିପାତଜନିତ ବିଭିନ୍ନ ସମସ୍ୟା ସହ ଲଢ଼ିବାକୁ ସତର୍କ ରହିବା ନିମନ୍ତେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ସୂଚନା ଜାରି କରାଯାଇଛି।