ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ପୂର୍ତ୍ତି ଉତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ରାଷ୍ଟ୍ରପତି
ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ପୂର୍ତ୍ତି ଉତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ରାଷ୍ଟ୍ରପତି
ଓଏଲ୍ ବ୍ୟୁରୋ: କାଲିଠୁ ତିନିଦିନିଆ ଓଡ଼ିଶାରେ ଗସ୍ତରେ ଆସିଛନ୍ତି ମହାମହିମ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଚଳଚଂଚଳ କଟକ ସହର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ। ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ ଅର୍ଥାତ ଆଜି କଟକରେ ଏକାଧିକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି।
ଆଜି ମହାମହିମ କଟକ ଗସ୍ତରେ ଆସି ମଧୁବାବୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିଛନ୍ତି। ଏହା ପରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ମଧ୍ୟାହ୍ନ ୧୨ଟାରେ ଇନ୍ ଡୋର ଷ୍ଟାଡିୟମରୁ ବାହାରି ମ୍ୟୁଜିଅମ୍ ଅଫ୍ ଜଷ୍ଟିସ୍ ଯିବେ। ମଧ୍ୟାହ୍ଣ ୧୨ଟା ୩୫ରେ ହାଇକୋର୍ଟରେ ପହଞ୍ଚିବେ। ହାଇକୋର୍ଟର ଜଜେସ୍ ଲାଉଞ୍ଜରେ ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିବେ। ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ହାଇକୋର୍ଟ ମୁଖ୍ୟ ବିଚାରପତି ମଧ୍ୟାହ୍ନ ଭୋଜନରେ ଆୟୋଜନ କରିଛନ୍ତି।
ସେହିପରେ ଅପରାହ୍ନ ୩ଟାରୁ ୩ଟା ୪୫ରେ ଏସସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ଅପରାହ୍ଣ ୪ଟା ୧୫ରେ ଜାତୀୟ ଆଇନ ବିଶ୍ବବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦେବେ। ସଂଧ୍ୟା ୬ଟା ୩୦ ସୁଦ୍ଧା ରାଜଭବନ ଫେରି ରାତ୍ରୀଯାପନ କରିବେ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି।