ଆସନ୍ତାକାଲି ଉପବାଚସ୍ପତି ନିର୍ବାଚନ; ନାମାଙ୍କନ ଭରିଲେ ସାଲୁଗା ପ୍ରଧାନ
ଓଏଲ୍ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଶୀତ ଅଧିବେଶନ। ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଥିଲା। ଏହା ସହ ଆସନ୍ତାକାଲି ହେବ ଉପବାଚସ୍ପତି ନିର୍ବାଚନ। ଏନେଇ ଆଜି ନାମାଙ୍କନ ଦାଖଲ କରିଛନ୍ତି ସାଲୁଗା ପ୍ରଧାନ। ଜି. ଉଦୟଗିରିର ବିଧାୟକ ଭାବେ ସାଲୁଗା ପ୍ରଧାନ କାର୍ଯ୍ୟରତ ଅଛନ୍ତି।
ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ। ନାମାଙ୍କନ ଦାଖଲ ପରେ ସାଲୁଗା ପ୍ରଧାନ ପ୍ରତିକ୍ରିୟା ରଖି କହିଛନ୍ତି। ଶାସକ ଓ ବିରୋଧୀ ଦଳର ମତାମତକୁ ସମ୍ମାନ ଦେବି। ମତାମତକୁ ସମ୍ମାନ ଦେଇ ଗୃହ କାର୍ଯ୍ୟ ଚଳାଇବି। ବିଜେଡି ଆଦିବାସୀ କାର୍ଡ ଖେଳିଥିବା ଚର୍ଚ୍ଚାକୁ ଖଣ୍ଡନ କଲେ। ମୁଁ ଦୁଇ ଥରର ବିଧାୟକ, ମୋର ଯୋଗ୍ୟତା ଅଛି ବୋଲି ସାଲୁଗା ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି।
ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ କରାଯିବ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଗୃହ ସୁରୁଖୁରୁରେ ଚଳାଇବା ନେଇ ଆଲୋଚନା ହେବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟ ଦିବସ ରହିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଛନ୍ତି।