ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ
![](https://www.odishalink.com/wp-content/uploads/2023/12/WhatsApp-Image-2023-12-11-at-16.55.14-750x430.jpeg)
ଓଏଲ୍ ବ୍ୟୁରୋ: ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ। ଆଜି ବସିଥିବା ବିଧାୟକ ଦଳ ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇବେ।
ଯାଦବ ଉଜ୍ଜୟୀନ ଦକ୍ଷିଣ ଆସନରୁ ଜିତିଛନ୍ତି। ସେ ଏଥରକୁ ମିଶାଇ କ୍ରମାଗତ ୩ୟ ଥର ପାଇଁ ବିଧାନସଭାକୁ ଯାଇଛନ୍ତି। ଦଳର ଅନ୍ୟତମ ବରିଷ୍ଠ ନେତା ଭାବେ ୫୮ ବର୍ଷୀୟ ମୋହନ ଯାଦବ ବେଶ ପରିଚିତ। କିନ୍ତୁ ସେ ମୁଖ୍ୟମନ୍ତ୍ରୀ ହେବେ ବୋଲି କେହି ବି ଚର୍ଚ୍ଚା କରୁ ନଥିଲେ। ତଥାପି ସମସ୍ତଙ୍କୁ ଜଳକା କରି ବିଜେପି ତାଙ୍କୁ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି।
ମୋହନ ଯାଦବଙ୍କ ଡେପୁଟି ଭାବେ ଦୁଇ ଜଣ କାମ କରିବେ। ଜଗଦୀଶ ଦେଭଡା ଓ ରାଜେନ୍ଦ୍ର ଶୁକ୍ଳା ମଧ୍ୟପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଛତିଶଗଡ଼ରେ ମଧ୍ୟ ବିଜେପି ବିଷ୍ଣୁଦେଓ ସାଏଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ଜଣ ନେତାଙ୍କୁ ଉପ ମୁଖ୍ୟମନ୍ତ୍ରୀ କରିଥିଲା।