ହେମନ୍ତ ସୋରେନଙ୍କୁ ଗିରଫ କଲା ଇଡି

ଓଏଲ୍ ବ୍ୟୁରୋ: ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ଦୀର୍ଘ ୫ ଘଣ୍ଟାରୁ ଅଧିକ ସମୟ ଜେରା କରିବା ପରେ ଗିରଫ କରିଛି ଇଡି। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଜି ରାତି ୯.୩୫ ମିନିଟରେ ଗିରଫ କରିଛି ଇଡି ବୋଲି ସୂଚନା ରହିଛି।
ବିଧିବଦ୍ଧ ଭାବେ ଗିରଫ ହେବା ପୂର୍ବରୁ ହେମନ୍ତ ସୋରେନ ରାଜଭବନରେ ପହଞ୍ଚିଥିଲେ। ଇଡି ଅଧିକାରୀଙ୍କ ଉପସ୍ଥିତିରେ ସେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନଙ୍କୁ ନିଜର ଇସ୍ତଫାପତ୍ର ଦେଇଥିଲେ। ଏହାପରେ ଇଡି ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଥିବା ଘୋଷଣା କରିଛି।